Site icon Awaj Media

ଗଜପତିରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟ୍ ଘାଟ୍ 2024 ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନଗର ଭବନ ଠାରେ ସମଲେଇ ନୃତ୍ୟ କଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁ ଖାଇ ଭେଟ୍ ଘାଟ୍ 2024 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡକ୍ଟର ଗୁଣନିଧି ନାୟକ, ସଙ୍ଗୀତ ଗୁରୁ ରଘୁନାଥ ପାତ୍ର, ଅନୁଷ୍ଠାନର ସଭାପତି ନୃସିଂହ ଚରଣ ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ, ମଞ୍ଚ କଳାକାର ଆଦର୍ଶ ଦାସ ପ୍ରମୁଖ ଯୋଗ ଦେଇଥିଲେ । ଆଦର୍ଶ ଦାସ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଭକ୍ତି ସଂସଦ ପକ୍ଷରୁ ଗୁରୁ ରଘୁନାଥ ପାତ୍ରଙ୍କ ନିର୍ଦ୍ଦେଶନାରେ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ସମଲେଇ ନୃତ୍ୟ କଳା ପରିଷଦର ସମ୍ପାଦକ ବାଳକୃଷ୍ଣ ପାଣିଗ୍ରାହୀ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସଭାପତି ନୃସିଂହ ଚରଣ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଦ୍ବାରା ସାଂସ୍କୃତିକ ନୃତ୍ୟ ପରିବେଷଣ କରାଯାଇଥିଲା । ଅତିଥି ମାନଙ୍କ ଦ୍ୱାରା ବିଭିନ୍ନ ଅନୁଷ୍ଠାନର କଳାକାରମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Exit mobile version