Site icon Awaj Media

୨୩୫ ତମ ସପ୍ତାହରେ ପହଞ୍ଚିଲା ଚିନ୍ମୟ ଫାଉଣ୍ଡେସନର ମିଶନ୍ ଅମୃତ ହସ୍ତମ୍ କାର୍ଯ୍ୟକ୍ରମ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ ଅନ୍ତର୍ଗତ ବାବଲପୁର ସ୍ଥିତ ଆନ୍ତର୍ଜାତିକ ଲୋକ ସଂଗଠନ ଚିନ୍ମୟ ଫାଉଣ୍ଡେସନ ଦ୍ବାରା ପରିଚାଳିତ କାର୍ଯ୍ୟକ୍ରମ “ମିଶନ ଅମୃତ ହସ୍ତମ୍” ପକ୍ଷରୁ ଆଜକୁ ଦୀର୍ଘ ୧୬୪୫ ଦିନ ଧରି ନିରବଚ୍ଛିନ୍ନ ଭାବରେ ଜାରି ରହିଛି ସେବା କାର୍ଯ୍ୟ। ଗତ ସେପ୍ଟେମ୍ବର ୧୫ ତାରିଖରୁ ସେପ୍ଟେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଫାଉଣ୍ଡେସନର ଦିନ ସଂଖ୍ୟା ୧୬୩୯ ରୁ ୧୬୪୫ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜାରି ରହିଥିଲା ଏହି ସେବା କାର୍ଯ୍ୟକ୍ରମ। ଗରିବ ଓ ଅସହାୟ ମାନଙ୍କୁ ଖାଦ୍ୟ , ବସ୍ତ୍ର ଆଦି ରିଲିଫ୍ ସହ ମହିଳା ମାନଙ୍କୁ ନାପ୍କିନ୍ ଆଦି ବଣ୍ଟନ କରାଯାଉଥିବାର ଦେଖିବାକୁ ମିଳିଛି। ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଆନ୍ତର୍ଜାତିକ ଅଧ୍ୟକ୍ଷ ଡ଼ଃ ଚିନ୍ମୟ ଦାଶଙ୍କ ନିର୍ଦ୍ଦେଶକ୍ରମେ ଯାଜପୁର ଜିଲ୍ଲାରେ ମାଷ୍ଟର ମିହିର କୁମାର୍, ଭୋଳା ଜେନା , ଶ୍ରୀକ୍ଷେତ୍ର ସାହୁ ଆଦି ଏହି କାର୍ଯ୍ୟକ୍ରମକୁ ଜାରି ରଖିଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରେ ସାରସକଣା ବ୍ଲକ୍ ସଂଯୋଜିକା ଲକ୍ଷ୍ମୀ ନାଏକଙ୍କ ନେତୃତ୍ବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ରିଲିଫ୍ ବଣ୍ଟନ ଜାରି ରହିଥିବାର ଦେଖିବାକୁ ମିଳିଛି।

Exit mobile version