ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ! ଗଜପତି ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରଶି ବଣ୍ଟନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ବିଜୟ କୁମାର ଦାଶ ଯୋଗଦେଇ ଶ୍ରମିକ ମାନଙ୍କୁ ସହାୟତା ବଣ୍ଟନ କରିଥିଲେ | ଜିଲ୍ଲା ର ମୋଟ ୪୦୩ ଜଣଙ୍କୁ ବିଭିନ୍ନ ସୁବିଧା ପ୍ରଦାନ କରାଯାଇଛି । ସେହିପରି ୮୦ ଜଣଙ୍କୁ ମୃତ୍ୟୁ କାଳୀନ ସହାୟତା ବାବଦକୁ ୧ କୋଟି ୫୯ ଟଙ୍କାଦିଆଯାଛି ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବାବଦକୁ ୭୮ ଜଣଙ୍କୁ ୩ ଲକ୍ଷ ୯୦ ହଜାର ଟଙ୍କା ପ୍ରଦାନ କରାଯାଇଛି ଏବଂ ବିବାହ କାଳୀନ ସହାୟତା ବାବଦକୁ ୧ କୋଟି ୨୨ ଲକ୍ଷ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା, ସଂଯୋଜକ ସୁକାନ୍ତ କୁମାର ପଣ୍ଡା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଙ୍କ ସମେତ ଅନ୍ୟ ଶ୍ରମ ବିଭାଗୀୟ କର୍ମଚାରୀ ଓ ନିର୍ମାଣ ଶ୍ରମିକ ପ୍ରମୁଖ ଉପସ୍ଥିତ ଥିଲେ |

Leave a Reply

Your email address will not be published. Required fields are marked *