ଗଜପତି ରେ ଜିଲ୍ଲା ସ୍ତରୀୟ ବିକାଶ ମେଳା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସରକାରଙ୍କ 100 ଦିନ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ପ୍ରଥମେ ବିକାଶ ମେଳା ପ୍ରଦର୍ଶନୀର ରିବନ କାଟି ଶୁଭ ଉଦଘାଟନ କରିଥିଲେ। ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହି ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡକ୍ଟର ଗୁଣନିଧି ନାୟକ, ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେପି ସଭାପତି କେ. ନାରାୟଣ ରାଓ, ନୂଆଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ। ପ୍ରମୁଖ ମଞ୍ଚାସିନ ଥିଲେ ।

 

Leave a Reply

Your email address will not be published. Required fields are marked *