ଦୁଇ ମହାପୁରୁଷଙ୍କୁ ଶ୍ରଦ୍ଧା ସୁମନ ଦେଲେ !!!

Spread the love

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ରେ ଜିଲ୍ଲା ସ୍ତରୀୟ ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ! ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୫ ତମ ତଥା ଶାନ୍ତି ଦୂତ ଲାଲ ବାହାଦୂର ଶାସ୍ତ୍ରୀଜୀଙ୍କ ୧୨୦ ତମ ଜୟନ୍ତୀ ସମାରୋହ ବରଗଡ଼ ଜିଲ୍ଲା ସଦର ମହକୁମା ଠାରେ ମହାସମାରୋହରେ ପାଳିତ ହୋଇଛି I ସ୍ଥାନୀୟ ଗାନ୍ଧୀଛକ ଠାରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ, ମହେନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗଦେଇ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତିଚାରଣ କରିଥିଲେ I ସକାଳ ୪ ଘଟିକାରୁ ୫ ଘଟିକା ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୁନ ପରିବେଷଣ କରିବା ପରେ ସକାଳ ୬ .୩୦ ରୁ ୭.୩୦ ଘଟିକା ମଧ୍ୟରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରଭାତ ଫେରି ଆୟୋଜିତ ହୋଇଥିଲା I ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ସର୍ବ ଧର୍ମ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା ଏବଂ ଏହି ଅବସରରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା I

Leave a Reply

Your email address will not be published. Required fields are marked *