ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ରୁ ଫାୟାର ଷ୍ଟେସନ ଛକ ପର୍ଯ୍ୟନ୍ତ ସଫେଇ କାର୍ଯ୍ୟ ହୋଇଥିଲା । ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡକ୍ଟର ଗୁଣନିଧି ନାୟକ , ଜିଲ୍ଲା ପରିଷଦ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏମ୍ ଏମ୍ ଅଲ୍ଲି, ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୋୖର ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ, ଆସିଷ୍ଟଣ୍ଡ ଏଗଜୁଟିଭ ଅଫିସର ଭି ଆର ଆଚାରି ଓ ପୋୖର ପରିଷଦର ସଫେଇ କର୍ମଚାରୀ , ସ୍ୱଚ୍ଛ ସାଥି ପ୍ରମୁଖ ଯୋଗ ଦେଇ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା ।
ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ !!!

