ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର !!!

Spread the love

ବରଗଡ଼ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା ଷଡଙ୍ଗୀ, ବରଗଡ଼ ଉପ ଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର ବାଗ ଏବଂ ବ୍ଲକ ଅଧ୍ୟକ୍ଷ କୀର୍ତ୍ତିଚନ୍ଦ୍ର ଦୁଆନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୮୫ ଗୋଟି ଅଭିଯୋଗ ମଧ୍ୟରୁ ୫୬ ଗୋଟି ବ୍ୟକ୍ତିଗତ ଏବଂ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *