ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର !!!

0
69

ବରଗଡ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ବରଗଡ଼ ଜିଲ୍ଲା ରାଜବୋରାସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ପଦ୍ମପୁର, ଶ୍ରୀମତୀ ମଧୁଛନ୍ଦା ସାହୁ, ବରଗଡ଼ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ, ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୦ ଗୋଟି ଅଭିଯୋଗ ମଧ୍ୟରୁ ୩୪ ଗୋଟି ବ୍ୟକ୍ତିଗତ, ୧୨ ଗୋଟି ସାମୁହିକ ଏବଂ ୪ ଗୋଟି ସିଏମଆରଏଫ ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି !

LEAVE A REPLY

Please enter your comment!
Please enter your name here