ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କଳିଙ୍ଗ ଷ୍ଟାଡିୟମରେ ‘ଏକତା ଦୌଡ’ !!!

0
67

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ କୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲା ମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ । ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ । ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

LEAVE A REPLY

Please enter your comment!
Please enter your name here