କେନ୍ଦୁଝର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କେନ୍ଦୁଝର ଗସ୍ତ ସମୟରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ! ନିଜ ପରିବାର ଲୋକ ଏବଂ ଗ୍ରାମବାସୀଙ୍କ ସହିତ ଦୀପାବଳୀ ପାଳନ ପାଇଁ କେନ୍ଦୁଝର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନତାଙ୍କ ସମସ୍ୟାକୁ ଶୁଣିଛନ୍ତି ! କେନ୍ଦୁଝର ମଣ୍ଡୁଆ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଓ ମତାମତ ଗ୍ରହଣ କରିବା ସହିତ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି ।