ବରଗଡ଼ ( ଆୱାଜ ମିଡ଼ିଆ ) – କୃପାସିନ୍ଧୁ ମହାନ୍ତି : ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ! ବରଗଡ ଜିଲ୍ଲା ଅନ୍ତର୍ଗତ ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ, ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡ଼ଙ୍ଗୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ କୁମାର ମହାନ୍ତି, ବରଗଡ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତି ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ଦିବ୍ୟାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୨ ଗୋଟି ଅଭିଯୋଗ ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଏବଂ ୧୮ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏତଦବ୍ୟତିତ ଓଡିଶା ଜର୍ଣ୍ଣାଲିଷ୍ଟ ଆସୋସିଏସନ୍, ବରଗଡର କର୍ମକର୍ତ୍ତା ମାନେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଏବଂ ଓଡିଶା ସାମ୍ବାଦିକଙ୍କ ପାଇଁ ପେନ୍ସନ୍ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ହସ୍ତାନ୍ତର କରିଥିଲେ ।
ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର !!!

