ସାଲେପୁର ବ୍ଲକ୍ କିଶିନାପୁର ଠାରେ କାର୍ତ୍ତିକେଶ୍ୱର ପୂଜା !!!

Spread the love

ସାଲେପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କଟକ ଜିଲ୍ଲା ସାଲେପୁର ବ୍ଲକ୍ କିଶିନାପୁର ଠାରେ କାର୍ତ୍ତିକେଶ୍ୱର ପୂଜା ଅନୁଷ୍ଠିତ ହୋଇଯାଇଛି । ଏହି ପୂଜା ବହୁ ବର୍ଷ ଧରି ହୋଇଆସୁଛି । ଆଜି ଠାରୁ ଆରମ୍ଭ ହୋଇ ପୂର୍ଣ୍ଣମୀ ଦିନ ଶେଷ ହେବ ଏବଂ ତାପରେ ମୂର୍ତ୍ତି ବିସର୍ଜନ ହାଇ ଛାଡଖାଇ ବାସି ପାଣିରେ ବିସର୍ଜନ ହେବ । ଶାସ୍ତ୍ର ମତରେ ମାସ ମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତା ମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ । ଏ ତିନି କଳି ଯୁଗରେ ଅତ୍ୟନ୍ତ ଦୁର୍ଲଭ “ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ “। ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟ ଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ । କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତି ପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ କହିଥାନ୍ତି ।ଏହି ପାଞ୍ଚ ଦିନରେ ପ୍ରଭୁ କାର୍ତିକେଶ୍ୱର ଙ୍କ ପୂଜା ଆରମ୍ଭ ହୋଇ ପୂର୍ଣ୍ଣମୀ ଦିନ ଶେଷ ହୋଇଥାଏ ।

Leave a Reply

Your email address will not be published. Required fields are marked *