Site icon Awaj Media

ପ୍ରଜ୍ଞାନ ମିଶନ ଦ୍ବାରା ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ସ୍ୱରୂପ କୁମାର ପଟ୍ଟନାୟକ : ପ୍ରଜ୍ଞାନ ମିଶନ, ଓଡ଼ିଶା ଦ୍ଵାରା ଜିଲ୍ଲା ସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ବିଦ୍ୟା ମନ୍ଦିର , ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଛି । ବିଭିନ୍ନ ବ୍ଲକର ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ୭୦ ରୁ ଅଧିକ ଛାତ୍ର ଛାତ୍ରୀ ଗୀତାର ଚତୁର୍ଥ ଅଧ୍ୟାୟକୁ ଆବୃତ୍ତି କରିଥିଲେ । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କାର୍ଯ୍ୟକାରିଣୀ ସଦସ୍ୟା ମନୋରମା ପରିଡ଼ା ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ଜିଲ୍ଲା ସଂଯୋଜକ ହରେକୃଷ୍ଣ ମୁଦୁଲି ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଉଦ୍ଘାଟକ ଭାବେ ଚନ୍ଦ୍ରଭାନୁ ବରାଡ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦ୍ଘାଟନ କରିଥିଲେ । ବିଚାରକ ଭାବେ ଅଧ୍ୟାପିକା ଶୁଭଲକ୍ଷ୍ମି ସାହୁ, ଅଧ୍ୟାପକ ରବୀନ୍ଦ୍ର କୁମାର ଦାସ, ଶିକ୍ଷୟିତ୍ରୀ ଲକ୍ଷ୍ମୀ ଚନ୍ଦନା ବିଶ୍ଵାଳ , ରଜନୀ ରାଉତ, ଋତୁପର୍ଣ୍ଣା ମହାନ୍ତି, ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଆଲୋକ କୁମାର କର ,ଗୋବିନ୍ଦ ଚନ୍ଦ୍ର ସାହୁ, ସର୍ବେଶ୍ଵର ପଟ୍ଟନାୟକ, କେଦାର ଚନ୍ଦ୍ର ନାୟକ, ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ,ଭାସ୍କର ଚନ୍ଦ୍ର ମିଶ୍ର ପ୍ରମୁଖ ଯୋଗଦେଇ ପ୍ରତିଯୋଗିତା ପରିଚାଳନା କରିଥିଲେ । କାର୍ଯକ୍ରମ ସଂଯୋଜକ ଭାବେ ବନବିହାରୀ ସାହୁ, ଶାନ୍ତନୁ କୁମାର ସ୍ବାଇଁ ଓ ଡ. ସନ୍ତୋଷ କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ । ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଥିବା ପ୍ରତିଯୋଗୀ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିଲେ।ଶେଷରେ ସାମୁହିକ ଶାନ୍ତି ପାଠ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ।

Exit mobile version