ମାଲକାନଗିରି ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମାଲକାନଗିରି ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଯବାନଙ୍କ ଗୁଳିରେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ନକ୍ସଲ ସାମଗ୍ରୀ ଜବତ କରାଯାଇଛି । ଏସଓଜି ଯବାନ ଙ୍କ ତରଫରୁ ଘଟଣାସ୍ଥଳରେ ଅପରେସନ ଜାରି ରହିଛି ।

