ହରିପୁର ମହାବିଦ୍ୟାଳୟ ପାର୍ଶ୍ୱରୁ ୧୨ ଫୁଟ ଅଜଗର ଉଦ୍ଧାର !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବନ ବିଭାଗ ଅନ୍ତର୍ଗତ ହରିପୁର ମହାବିଦ୍ୟାଳୟ ପାର୍ଶ୍ୱରୁ ଏକ ୧୨ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି । ସୁଚନା ମୁତାବକ ସୁକିନ୍ଦା ବନ ବିଭାଗ ଅନ୍ତର୍ଗତ ହରିପୁର ମହାବିଦ୍ୟାଳୟ ପାର୍ଶ୍ୱରେ ଅଜଗର ସାପ ଦେଖି ସ୍ଥାନୀୟ ବାସିନ୍ଦା ତୁରନ୍ତ ସୁକିନ୍ଦା ବନ ବିଭାଗ ଅଧିକାରୀଙ୍କ ସହିତ ଯୋଗାଯୋଗ କରିଥିଲେ । ସୁକିନ୍ଦା ବନ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରଶିକ୍ଷିତ ସାପ ଧରାଳି ସୌମ୍ୟଜିତ୍ ବେହୁରା ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସତର୍କତା ଅବଲମ୍ବନ କରି 12 ଫୁଟର ଅଜଗର ସାପକୁ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *