ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା 2024 ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଅନୁପ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏ ରାମ ପ୍ରସାଦ ପାତ୍ର, ଗୁମ୍ମା ବ୍ଳକ ଗୋଷ୍ଠୀ କୃଷି ଅଧିକାରୀ ନାରାୟଣ ଚାନ୍ଦ ପ୍ରମୁଖ ମଞ୍ଚାସିନ ଥିଲେ I ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏ ରାମ ପ୍ରସାଦ ପ୍ରଦାନ କରିଥିଲେ । ଏହି କୃଷି ମେଳାରେ ବିଭିନ୍ନ ବ୍ଳକର ଚାଷୀ ଭାଇ ଭଉଣୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲାର ଚାଷୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀକୁ ରିହାତି ମୂଲ୍ୟରେ ଯନ୍ତ୍ରପାତି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ଏହି ଯନ୍ତ୍ରପାତି ମେଳାର ମୁଖ୍ୟ ଲକ୍ଷ୍ୟ ହେଲା ଜିଲ୍ଲାର ଚାଷୀଙ୍କ ଉତ୍ପାଦନ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକ ରୁ ଅଧିକ ଫସଲ ଉତ୍ପାଦନ କରିପାରିବେ ! ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କୃଷି ଯାନ୍ତ୍ରିକ ମେଳା କରାଯାଉଛି। ଯନ୍ତ୍ରପାତି ଗୁଡିକ ରିହାତି ଓ ବିକ୍ରୟ ବ୍ୟବସ୍ଥା, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣର ବ୍ୟବସ୍ଥା ରହିଛି । ଶେଷରେ ଗୁମ୍ମା ବ୍ଳକ ଗୋଷ୍ଠୀ କୃଷି ଅଧିକାରୀ ନାରାୟଣ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।