Site icon Awaj Media

ନୟାଗଡ ରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ କୁମାର ପଟ୍ଟନାୟକ : ନୟାଗଡ ରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ! ନୟାଗଡ଼ ଜିଲ୍ଲା ଜଳ ସମ୍ପଦ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଜଳ ସମ୍ପଦ ଅଧିକ୍ଷଣ ଯନ୍ତ୍ରୀ ପ୍ରିତମ ଚେତନ ପୋଥଳ ଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ, ମୁଖ୍ୟବକ୍ତା ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦେବାଶିଷ ପଟ୍ଟନାୟକ, ସମ୍ମାନିତ ଅତିଥି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦେବଦତ୍ତ ପଣ୍ଡା, ଉଠା ଜଳସେଚନ ନିର୍ବାହି ଯନ୍ତ୍ରୀ ଶ୍ରୀ ଖଗେଶ୍ବର ନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ସଞ୍ଜୟ କୁମାର ଦଳେଇ ପ୍ରମୁଖ ମଞ୍ଚାସିନ ହୋଇଥିଲେ। ଶରଣକୁଳ ଜଳସେଚନ ସବଡିଭିଜନ ଏସଡିଓ ପାଣି ପଞ୍ଚାୟତ ସଦସ୍ୟ ମାନଙ୍କୁ ଶପଥ ପାଠ କରାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରାଯାଇଥିଲା। ଜଳର ଅପଚୟ ହେଲେ ଚାଷୀ କ୍ଷତିଗ୍ରସ୍ତ ହୁଏ ବୋଲି ଜିଲ୍ଲା ପରିଷଦ ଅଧ୍ୟକ୍ଷ କହିଥିଲେ। ପାଣି ପଞ୍ଚାୟତ କ୍ଷମତା ଓ କାର୍ଯ୍ୟାବଳୀ ବିଷୟରେ ଜିଲ୍ଲାପାଳ ଆଲୋକପାତ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

Exit mobile version