ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ! ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ l ବିଧାୟକ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଏହି ଉତ୍ସବର ଶୁଭାରମ୍ଭ କରିବା ସହ ବିଦ୍ୟାଳୟରେ ଏକ ପାଠାଗାର ଉଦଘାଟନ କରିଥିଲେ l ଏହି ଉତ୍ସବ ରେ ବିଧାୟକ ଛାତ୍ର ମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ବରିଷ୍ଠ ନେତା ଗୌର ପଣ୍ଡା, ପୂର୍ବତନ ପୌର ପରିଷଦ ଅଧକ୍ଷ ବାବୁଲା ପଟନାୟକ, ପ୍ରଧାନ ଶିକ୍ଷକ , ବିଦ୍ୟାଳୟ ର ଶିକ୍ଷକ , ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ !

Leave a Reply

Your email address will not be published. Required fields are marked *