Site icon Awaj Media

ଓଡ଼ିଆ ପକ୍ଷ ପାଳନ ଅବସର ରେ ପାରମ୍ପରିକ ପୋଷାକ ପରିଧାନ ଅଭିଯାନ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ରାଜ୍ୟ ବ୍ୟାପୀ ଓଡ଼ିଆ ପକ୍ଷ ପାଳିତ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ଆମ ପୋଷାକ ଆମ ପରିଚୟ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ପାରମ୍ପରିକ ହସ୍ତତନ୍ତ୍ର ପୋଷାକ ପରିଧାନ କରିଛନ୍ତି । ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଧେଶ କ୍ରମେ ଓଡ଼ିଶା ଦିବସ ୧ ଅପ୍ରେଲ ଠାରୁ ମହାବିଷୁବ ସଂକ୍ରାନ୍ତି ୧୪ ଅପ୍ରେଲ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଦିନ ବିଭିନ୍ନ ବିଭାଗ ଦ୍ଵାରା କାର୍ଯ୍ୟକ୍ରମ ଗୁଡ଼ିକ ସ୍ଥିର କରାଯାଇଛି। ଆମ ବସ୍ତ୍ର ହେଉଛି ଆମ ସ୍ୱାଭିମାନ ଓ ଆମ ପରିଚୟ। ଓଡ଼ିଶା ହସ୍ତତନ୍ତ୍ରର ସମଗ୍ର ବିଶ୍ୱରେ ପ୍ରସିଦ୍ଧ ରହିଛି। ଏଣୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆସନ୍ତୁ, ଆମେ ସମସ୍ତେ ହସ୍ତତନ୍ତ୍ର ପୋଷାକ ପିନ୍ଧିବାକୁ ଅଭ୍ୟାସରେ ପରିଣତ କରିବା। କେବଳ ଆଜି ନୁହେଁ, ସବୁ ଦିନ ପିନ୍ଧିବା ଏବଂ ଆମ ବୁଣାକାର ଓ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ସହ ସମୃଦ୍ଧ ଓଡ଼ିଶା ଗଠନରେ ଅଂଶୀଦାର ହେବା।

Exit mobile version