ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ 2025 !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ 2025 ପାଳିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ୍, ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ଅଂଶୁମାନ ମହାପାତ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହି ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା, ଗିରିଶ ମହାନ୍ତି, ଜଳ ଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ, ଉଦ୍ୟାନ ଉପ ନିର୍ଦ୍ଦେଶକ ସୁଶାନ୍ତ ରଞ୍ଜନ ଦାଶ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀdr ରମା କାନ୍ତ ରଣା ପ୍ରମୁଖ ମଞ୍ଚାସିନ ଥିଲେ।ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଆରମ୍ଭ କରାଯାଇଥିଲା।ଅତିଥି ମାନେ ଏହି ଦିବସର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ମତବ୍ୟକ୍ତ କରିଥିଲେ।ହିତାଧିକାରୀ ମାନେ କିପରି ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଗୋ ପାଳକ ମାନଙ୍କୁ ବୁଝାଇ ଥିଲେ।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବ୍ଲକରୁ ଆସିଥିବା ଚାଷୀ ଗୋ ପାଳକ ମାନେ ଉପସ୍ଥିତ ଥିଲେ।ବ୍ଲକର ଭେଟିନେରୀ ଅଫିସର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଗିରିଶ ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *