ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଭାଷା ଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣଦେବଙ୍କ 134 ତମ ଜୟନ୍ତୀ ସମାରୋହ ଆୟୋଜିତ ହୋଇଯାଇଛି |ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ୍ ସଭାପତି ଭାବେ ଯୋଗ ଦେଇଥିଲେ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟ।,ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ,ଅତିରିକ୍ତ ଜିଲ୍ଲାପାଳ ଅନୁପ ପଣ୍ଡା, ସମନିତ୍ୱ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ବିନୋଦିନୀ ବିଜ୍ଞାନ କଲେଜର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ,ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ ବିଚିତ୍ରା ନନ୍ଦ ବେବର୍ତ୍ତା ପ୍ରମୁଖ ମଞ୍ଚାସିନ ଥିଲେ।ମହାରାଜାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରାକ୍ତନ ସଦସ୍ୟ ବିଚିତ୍ରା ନନ୍ଦ ବେବର୍ତ୍ତା, ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ,ଶିକ୍ଷା ପ୍ରଶିକ୍ଷଣ ଅନୁଷ୍ଠାନର ଛାତ୍ରୀ ମାନେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୀବନୀ ଉପରେ ନିଜର ବକ୍ତବ୍ୟ ରଖିଥିଲେ।ଉପସ୍ଥିତ ଅତିଥିମାନେ ମହାରାଜାଙ୍କ ଜୀବନି ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।ବକୃତା ପ୍ରତିଯୋଗିତାରେ ପ୍ରଥମ ଦ୍ୱିତୀୟ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ପାରଳା ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲକ୍ଷ୍ମଣ ମୂର୍ମୁ, ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ,ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇଙ୍କ ସମେତ ସହରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ,ଛାତ୍ର ଛାତ୍ରୀ, ମାନ୍ୟଗଣ୍ୟ ବ୍ୟକ୍ତି ବିଶଷଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଗଣ ପ୍ରମୁଖ ଉପସ୍ଥିତ ଥିଲେ।
ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ 134 ତମ ଜୟନ୍ତୀ ସମାରୋହ ଆୟୋଜିତ !!!

