Site icon Awaj Media

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର !!!

Spread the love

ପାଇକମାଳ ( ଆୱାଜ ମିଡ଼ିଆ ) – କୃଷ୍ଣଚନ୍ଦ୍ର ସାହୁ : ବରଗଡ଼ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ! ବରଗଡ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶିବ ପ୍ରସାଦ ବିଶ୍ଵାଳ, ଜିଲ୍ଲା ମୁଖ୍ୟ ଚିକିସା ଅଧିକାରୀ ଡ଼ଃ ଶ୍ରୀ ପ୍ରଶାନ୍ତ କିଶୋର ଦାସ, ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମଣ ଭୋଇ, ତହସିଲଦାର ଏବଂ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟକି ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୫୧ ଗୋଟି ଅଭିଯୋଗ ମଧ୍ୟରୁ ୧୦୫ ଗୋଟି ବ୍ୟକ୍ତିଗତ ଏବଂ ୪୬ ଗୋଟି ସାମୁହିକ ଥିଲା ! ସେଥି ମଧ୍ୟରୁ ୧ ଗୋଟି ଅଭିଯୋଗର ତତକ୍ଷଣାତ ଶୁଣାଣି କରି ଅନ୍ୟ ସମସ୍ତ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Exit mobile version