Site icon Awaj Media

ଜିଲ୍ଲା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ ପାଳିତ ହୋଇଯାଇଛି l ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶଙ୍କର କେରକେଟା, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ ମାୟାଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ, ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା, ପ୍ରମୁଖ ଯୋଗଦେଇ ବିଶ୍ୱ ରେଡ କ୍ରସ୍ ଦିବସ ଉପରେ ଆଲୋଚନା କରିଥିଲେ। ପ୍ରତିବର୍ଷ ପରି ମେ ୮ ତାରିଖରେ ପାଳନ କରାଯାଉଥିବା ବିଶ୍ୱ ରେଡ କ୍ରସ୍ ଦିବସ ପାଳିତ ହେଉଛି।ଜେନ୍ ହେନରୀ ଡୁନଣ୍ଟ ତାଙ୍କର ମହାନତା,ମାନବିକତା ଜୀବନ ଉପରେ ଚିନ୍ତା କରୁଥିଲେ, ଲୋକଙ୍କ ସାହାଯ୍ୟ ଓ ସହଯୋଗ ସମଗ୍ର ବିଶ୍ୱରେ ସବୁ ପ୍ରକାର ଲୋକଙ୍କୁ ଜଡିତ ହୋଇ ରହୁଥିଲେ l ବିଶ୍ୱ ଶାନ୍ତି ପାଇଁ ରେଡକ୍ରସ କାମ କରି ଆସୁଛି ବୋଲି ସମସ୍ତ ଅତିଥି ମାନେ କହିଥିଲେ lଜିଲ୍ଲାପାଳ କହିଥିଲେ ଯେ ପୃଥିବୀର କୋଣ ଅଣୁକୋଣରେ ରେଡକ୍ରସ କାମ କରୁଛି ଏବଂ ଜଣେ ଜଣକୁ ପ୍ରତି ଆଦର ଓ ସାହାଯ୍ୟ କରିବାର ମନବୃତ୍ତି ରହିବା ଉଚିତ୍। ଅସୁବିଧା ଲୋକମାନଙ୍କୁ ଆମେ ସାହାଯ୍ୟ କରିବା ଉଚିତ୍, ସମସ୍ତେ ଏକତା ହୋଇ କାମ କଲେ ଆମେ ବହୁତ ଲୋକଙ୍କୁ ସାହାଯ୍ୟ କରିବା ସହ ବହୁତ ଜଣଙ୍କ ଜୀବନ ବଞ୍ଚେଇ ପାରିବା ବୋଲି କହିଥିଲେ lସକାଳୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ରେଡ୍ କ୍ରସ୍ ପଦଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା। ଏଥିରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ସାମିଲ ହୋଇଥିଲେ,ଏହି ପଦ ଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ପରେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟର ରକ୍ତ ଭଣ୍ଡାର ଠାରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଜିଲ୍ଲାରେ ରେଡ୍ କ୍ରସ୍ କାର୍ଯ୍ୟକ୍ରମରେ ଉତ୍ତମ କାର୍ଯ୍ୟ କରିଥିବା ବ୍ୟକ୍ତି ବିଶେଷ ଓ ୩୨୫ ଜଣ ଲାଇଫ ମେମ୍ବର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଅଲ୍ଲୀ,ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ,ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରସନ୍ନ କୁମାର ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ଡେପୁଟି କଲେକ୍ଟର,ଶିକ୍ଷକ ଶିକ୍ଷୟତ୍ରୀ,ସାମ୍ବାଦିକ ଗଣଙ୍କ ସମେତ ସମସ୍ତ ଲାଇଫ ମେମ୍ବର ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version