ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ କେ.ନାଗରଜୁ, ବନଖଣ୍ଡ ଅଧିକାରୀ, ପାରଳାଖେମୁଣ୍ଡି ପ୍ରମୁଖ ଯୋଗଦାନ କରିଥିଲେ ! ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ – ୮୧ ଗୋଟି ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୭୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା – ୦୬ ଗୋଟି ଓ ୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ଅଭିଯୋଗ ଆସିଥିଲା । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

