ନୟାଗଡ଼ ( ଆୱାଜ ମିଡ଼ିଆ ) – ସ୍ୱରୂପ କୁମାର ପଟ୍ଟନାୟକ : ଅପମିଶ୍ରିତ ଓ ବିଷାକୁ ମାଦକ ଦ୍ରବ୍ୟ ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ସଚେତନତା ରଥ ଶୁଭାରମ୍ଭ କରାଯାଇଛି । ‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’ ଅଭିଯାନକୁ ପ୍ରତ୍ୟେକ ଲୋକଙ୍କ ନିକଟରେ ପହଁଚାଇବା ପାଇଁ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି । ଏହି ରଥକୁ ଜିଲ୍ଲା ଅବକାରୀ ଅଧୂକ୍ଷକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଆସନ୍ଧା ୨୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ସ୍ଥାନ ପରିକ୍ରମା କରି ସଚେତନତା ସୃଷ୍ଟି କରିବ । ଏହି କାର୍ଯ୍ୟକ୍ରମର ଜିଲ୍ଲାସ୍ତରୀୟ ଅଧୂକାରୀ,ଅବକାରୀ ବିଭାଗର କର୍ମଚାରୀ, ସାମ୍ବାଦିକ ମାନେ ଉପସ୍ଥିତ ଥିଲେ ।
ଆମ ସଂକଳ୍ପ ନିଶା ନୁହେଁ ଜୀବନ” ସଚେତନତା ରଥର ଶୁଭାରମ୍ଭ !!!

