ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗୀୟ ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗୀୟ ମନ୍ତ୍ରୀଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ, ବିକଶିତ ଗାଁ ବିକଶିତ ଓଡ଼ିଶାର ୧୧ ପ୍ରକଳ୍ପର କଲେ ଭିତ୍ତିପ୍ରସ୍ତର ସ୍ଥାପନ ! ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗୀୟ ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରାୟଣ ନାଏକ ଆଜି ଗଜପତି ଜିଲ୍ଲା ଦିନିକିଆ ଗ୍ରସ୍ତରେ ଆସି କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ଓ ଅଲଡା ଗ୍ରାମ ପଞ୍ଚାୟତର ସ୍ଥିତ ସରକାରଙ୍କ ଦ୍ଵାରା କାର୍ଯ୍ୟକାରି ହେଉଥିବା ଅମୃତ ସରୋବର ଯୋଜନାରେ ବୃକ୍ଷ ରୋପଣ ଦେଖିବା ସହିତ ସ୍ଥାନୀୟ ହିତାଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ଖଣ୍ଡବା ଗ୍ରାମ ପଞ୍ଚାୟତ ସ୍ଥିତ ପାଲାସିଂ ଠାରେ ନିର୍ମିତ ହେଉଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ବୁଲି ଦେଖିବା ସହ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ଓ ତୁରନ୍ତ କାମ ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଗାଁ ବିକଶିତ ଓଡ଼ିଶାର ୧୧ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ l ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରୟଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ , ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ ଏନ.ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର କେରକେଟା ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଅନୁପ ପଣ୍ଡା, ଜିଲ୍ଲାପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ | ବୈଠକରେ ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ସମେତ ଅନ୍ୟ ସମସ୍ତ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ସେହିପରି ପଡି ରହିଥିବା ଅନ୍ୟ ସମସ୍ତ କାମକୁ ତୁରନ୍ତ ସାରିବା ନିମନ୍ତେ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ପରେ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ତାଲିମ୍ ନେଇ ସାରିଥିବା ୧୮ ଜଣ ଛାତ୍ରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ |

Leave a Reply

Your email address will not be published. Required fields are marked *