Site icon Awaj Media

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିର୍ଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସଭା ଗୃହରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ୍, ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ, ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ,ଜରୁରୀ କାଳୀନ ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ।ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ କିପରି ସତର୍କ ରହିବା ସହିତ ଜନ ଜୀବନ ସୁରକ୍ଷିତ କରାଯାଇ ପାରିବ ତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ, ବ୍ଲକ ଅଧ୍ୟକ୍ଷ, ଗୋଷ୍ଠୀ ଉନ୍ନୟନ ଅଧିକାରି ପ୍ରମୁଖ ଉପସ୍ଥିତ ଥିଲେ।

Exit mobile version