Site icon Awaj Media

ଭାରପ୍ରାପ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କଲେ ନିରୋଦ ଚନ୍ଦ୍ର ନାୟକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମତ୍ସ୍ୟ କାର୍ଯ୍ୟାଳୟରେ ନୂତନ ଭାବେ ଭାରପ୍ରାପ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀ ନିରୋଦ ଚନ୍ଦ୍ର ନାୟକ ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ଏଥି ପୂର୍ବରୁ କୌଶଲ୍ୟାଗଙ୍ଗ ଭୁବନେଶ୍ୱରରେ କାର୍ଯ୍ୟରତ ଥିଲେ । କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଫୁଲ ତୋଡା ଦେଇ ତାଙ୍କୁ ସ୍ବାଗତ ଜଣାଇଛନ୍ତି । ଜିଲ୍ଲାରେ ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନା କିପରି ତୃଣ ମୂଳ ସ୍ତରରେ ପହଞ୍ଚିବ ତା ଉପରେ ଗୁରୁତ୍ବ ଦିଆଯିବ ବୋଲି ଶ୍ରୀ ନାୟକ ପ୍ରକାଶ କରିଛନ୍ତି । ସରକାରଙ୍କ ବିଭିନ୍ନ ଯୋଜନାକୁ ଲୋକାଭିମୁଖୀ କରିବା, ମତ୍ସ୍ୟ ଚାଷୀଙ୍କ କିପରି ଉନ୍ନତି ହୋଇ ପାରିବ ତା ଉପରେ ଗୁରୁତ୍ୱ ଦିଆଯିବ ବୋଲି ପ୍ରକାଶ କରିଛନ୍ତି ।

Exit mobile version