ଚଳିତ ଶିକ୍ଷା ବର୍ଷରୁ ଫୁଲବାଣୀ ମେଡିକାଲ କଲେଜ ରେ ଆରମ୍ଭ ହେବ ପାଠପଢା !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଉଦଘାଟିତ ହୋଇଯାଇଛି ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ! ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି । ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି ।

Leave a Reply

Your email address will not be published. Required fields are marked *