Site icon Awaj Media

ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ପକ୍ଷରୁ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ !!!

Spread the love

କଳାପଥର ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କୁମାର କର : କଳାପଥର ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ପକ୍ଷରୁ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ବାଙ୍କୀ ବିଜେପି ନେତା ସଞ୍ଜୟ କୁମାର ପାଢ଼ି , ବାଙ୍କୀ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ , ବୈଦେଶ୍ୱର ଥାନା ଆଇ ଆଇ ସି ସଞ୍ଜୟ କୁମାର ଜେନା ପ୍ରମୁଖ ଅତିଥି ରୂପେ ଯୋଗ ଦେଇଥିଲେ ! ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମହିଳା , ସାମାଜିକ ସଂଗଠନ କର୍ମକର୍ତ୍ତା , ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହିଥିବା ବେଳେ ବ୍ରହ୍ମକୁମାରୀ ସଦସ୍ୟ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ !

Exit mobile version