ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ରେ ସ୍ୱାୟତ୍ତ ଶାସନ ଦିବସ ଅବସର ରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ରେ ସ୍ୱାୟତ୍ତ ଶାସନ ଦିବସ ଅବସର ରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ପାରଳା ପୋୖର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳନ ଅବସର ରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ , ଗଜପତି ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ,ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ପୋୖର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ ଙ୍କ ସମେତ ପୋୖର ପରିଷଦର କାଉନସିଲର ମାନେ ମଞ୍ଚାସିନ ଥିଲେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ , ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *