ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ଏବଂ ଭୂସ୍ଖଳନ ! ପ୍ରାକୃତିକ ବିପର୍ଯ୍ୟୟ ପ୍ରଭାବରେ ବସ୍ତ୍ରୀଗୁଡ଼ା ଗ୍ରାମପଞ୍ଚାୟତର ତ୍ରିନାଥ ନାୟକ ଏବଂ ମେରିପଲ୍ଲୀ ଗ୍ରାମପଞ୍ଚାୟତର ଲକ୍ଷ୍ମଣ ନାୟକ ଙ୍କ ପ୍ରାଣହାନି ଘଟିଛି । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ପରିବାର ବର୍ଗଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ଜିଲ୍ଲାପାଳ, ଗଜପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ଏବଂ ଭୂସ୍ଖଳନ !!!

