ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମିଛ ଓ ଉତ୍ତେଜନାମୂଳକ ଖବର ପୋଷ୍ଟ ପାଇଁ ହେବ ଦୃଢ କାର୍ଯ୍ୟାନୁଷ୍ଠାନ ! ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ । ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛି ଓଡିଶା ପୁଲିସ । କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି । ନାଗରିକ ମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ ବୋଲି କୁହାଯାଇଛି ।
ମିଛ ଓ ଉତ୍ତେଜନାମୂଳକ ଖବର ପୋଷ୍ଟ ପାଇଁ ହେବ ଦୃଢ କାର୍ଯ୍ୟାନୁଷ୍ଠାନ !!!

