Site icon Awaj Media

ସମ୍ବଲପୁର ମା’ ସମଲେଶ୍ୱରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ମା’ ସମଲେଶ୍ୱରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗି ରହିଥାଏ । ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି । ସେଥିପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ପୂର୍ତ୍ତ ଓ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

Exit mobile version