ପ୍ରଜ୍ଞାନ ମିଶନ ପକ୍ଷରୁ ଗିତାଜ୍ଞାନ ଆବୃତ୍ତି ପ୍ରତିଯୋଗିତା !!!

Spread the love

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ରାଣୀ ଶୁକଦେଇ ମହାବିଦ୍ୟାଳୟ ପରିସରରେ ପ୍ରଜ୍ଞାନ ମିଶନ ପକ୍ଷରୁ ଗିତାଜ୍ଞାନ ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍ବାମୀ ଅଜ୍ଞାନାନନ୍ଦ ସରସ୍ଵତୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ରାଣୀ ଶୁକଦେଇ ମହିଳା ମହାବିଦ୍ୟାଳୟର ଅଧକ୍ଷା ଶ୍ରୀମତୀ ବବିତା ମହାପାତ୍ରଙ୍କ ସଭପତିତ୍ବରେ ବାଙ୍କୀ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଏହି ଅବସରରେ ଉପସ୍ଥିତ ଥିବା ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଥିଲା । ସମାଜ ସେବୀ ଅଜୟ କୁମାର ସ୍ବାଇଁ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରତିବର୍ଷ ପରି ଚଳିତ ବର୍ଷ କାର୍ଯ୍ୟକ୍ରମ ଅବସରରେ ଉତ୍ତୀର୍ଣ୍ଣ ହୋଇଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ତିନୋଟି ପର୍ଯ୍ୟାୟରେ ଯଥା ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗୀ ମାନଙ୍କ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନଙ୍କ ନାମ ଘୋଷଣା କରାଯାଇଥିଲା ।

Leave a Reply

Your email address will not be published. Required fields are marked *