ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ମାୟାଧର ସାହୁଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାର 7 ଗୋଟି ବ୍ଲକର 25 ଟି ଦଳ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି । ଏହି ପ୍ରତିଯୋଗୀତାରେ ଯେଉଁ ଦଳ ପ୍ରଥମ ହେବ ସେହି ଦଳ ଜୋନାଲ ସ୍ତର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । ଜୋନାଲ ସ୍ତରରେ ଯେଉଁ ଦଳ ପ୍ରଥମ ହେବେ ସେହି ଦଳ ରାଜ୍ୟ ସ୍ତର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ଭଗବତ ପାଢ଼ୀ , ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ବିଚାରକ ଭାବେ ରହିଥିବା ବେଳେ ବିଜ୍ଞାନ ନିରୀକ୍ଷକ ଏ.ରବି କୁମାର, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।
ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା !!!

