ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କୃଷ୍ଣ ଚନ୍ଦ୍ର ଗଜପତି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି ଯଥା ଓଡିଆ ବକୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତି ପ୍ରତିଯୋଗୀଙ୍କୁ ଆସନ୍ତା ୩୦ ତାରିଖ ଦିନ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ । ଚଳିତ ଅକ୍ଟୋବର ୨୭ ତାରିଖ ଠାରୁ ୨ ନଭେମ୍ବର ୨୦୨୫ ତାରିଖ ମଧ୍ୟରେ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆଜିର ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍.ଗିରିଧାରୀ ସ୍ଥାନୀୟ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *