ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସକାଳ ୬:୩୦ ଘଟିକା ସମୟରେ ବିଏନ.ପେଲେସ୍ ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ ଦିନ ବିଏନ.ପେଲେସ୍ ଠାରୁ ଏକତା ପଦଯାତ୍ରା ବାହାରି ସହର ପରିକ୍ରମା କରାଯିବ । ଏହି ଅବସରରେ ୬ କିଲୋମିଟର ପଦଯାତ୍ରାରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ,ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତରେ ପଦଯାତ୍ରା ଆୟୋଜିତ ହେବ। ଏହି ସମୟରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ସ୍ଥାନୀୟ ଉତ୍ପାଦ ଦ୍ରବ୍ୟ ଗୁଡ଼ିକର ପ୍ରଦର୍ଶନ, ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ, ସଫେଇ କାର୍ଯ୍ୟକ୍ରମ,ଏକ ଭାରତ-ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ, ଶପଥ ପାଠ କାର୍ଯ୍ୟକ୍ରମ,ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବା । ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ ,ସ୍ୱାଧୀନତା ପରେ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ । ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ଭାରତର ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ “ଲୌହ ମାନବ” ର ଉପାଧି ମିଳିଥିଲା ,ସେଥିପାଇଁ ସେ ଚୀର ନମସ୍ୟ ହୋଇରହିବେ । ଉକ୍ତ କାର୍ଯ୍ୟକ୍ରମକୁ ନେଇ ମାନ୍ୟବର ସାଂସଦ ବ୍ରହ୍ମପୁରଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ମଧ୍ଯ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ବୈଠକରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ଜିଲ୍ଲାପାଳ ଶ୍ରୀମତୀ ମଧୁମିତା,ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *