ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ବେଶ ଧୁମଧାମରେ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଣବ କୁମାର ବେହେରା ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ପରେ ଦେଶର ମହାତ୍ମା ମାନଙ୍କୁ ସ୍ମରଣ କରି ତାଙ୍କର ଅଭିଭାଷଣ ରେ ଦେଶ ପ୍ରତି ତାଙ୍କର ବଳିଦାନ କୁ ମନେ ପକାଇଥିଲେ ।ସ୍ଥାନୀୟ କଚେରୀ ପଡିଆ ରେ ଏହି ଉତ୍ସବ ରେ ଉପଖଣ୍ଡର ବିଭିନ୍ନ କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇ ପ୍ୟାରେଡ଼ ପ୍ରଦର୍ଶନ ସହିତ ସାସ୍କୃତିକ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ । ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ଉର୍ତୀଣ୍ଣ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରା ଯାଇଥିଲା । ପରେ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ପ୍ରସାସନିକ ଅଧିକାରୀ ଏବଂ ସାମ୍ବାଦିକ ମାନଙ୍କ ମଧ୍ୟରେ ଭାବର ଆଦାନପ୍ରଦାନ ହୋଇଥିଲା । ଏହାପରେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଏବଂ ଉପକାରାଗାର ରେ ଅନ୍ତେବାସୀ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

