ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ଦେଶ ପାଳୁଛି ୭୭ ତମ ଗଣତନ୍ତ୍ର ଦିବସ । ସବୁଠି ଶୁଭୁଛି ଜୟ ହିନ୍ଦ୍ । ଭାରତ ମାତାକି ଜୟ । ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ ।


