Site icon Awaj Media

ଏନସି ହାଇସ୍କୁଲରେ ବିଦ୍ୟାଳୟ ସ୍ତରୀୟ କ୍ରୀଡା ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ !!!

Spread the love

ପାରାଦୀପ ( ଆୱାଜ ମିଡ଼ିଆ ) – ରବିନ ବିଶ୍ୱାସ : ପାରାଦୀପ ଏନସି ହାଇସ୍କୁଲ ରେ ବିଦ୍ୟାଳୟ ସ୍ତରୀୟ କ୍ରୀଡା ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳନ କରାଯାଇ ଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାର ଙ୍କ ମାନ୍ୟବର ଶିଳ୍ପ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଯୋଗ ଦେଇଥିଲେ ! ମୁଖ୍ୟ ବକ୍ତା ଭାବେ ଜଗତସିଂହପୁର ଲୋକସଭା ସାଂସଦ ବିଭୂପ୍ରସାଦ ତରାଇ, ସମ୍ମାନିତ ଅତିଥି ଭାବେ ପାରାଦୀପ ପୌର ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ବସନ୍ତ କୁମାର ବିଶ୍ଵାଳ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷ୍ୟା ଅଧିକାରୀଙ୍କ ଅବସର ପ୍ରାପ୍ତ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସପନ କୁମାର ଜେନା, ଏନ ସି ହାଇସ୍କୁଲ ର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମନୋରଞ୍ଜନ ଦାସ ପ୍ରମୁଖ ଯୋଗ ଦେଇଥିଲେ ! ସମସ୍ତ ଅତିଥି ମାନଙ୍କୁ ସ୍କୁଲ୍ ର ମୂଖ୍ୟ ଫାଟକ ସମ୍ମୁଖରୁ ପୁଷ୍ପ ଗୁଚ୍ଛ ଦେଇ ସସମ୍ମାନ ସ୍କୁଲ୍ରର ଛାତ୍ର ଛାତ୍ରୀ ଗହଣ ରେ ମଞ୍ଚ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ !

Exit mobile version