Site icon Awaj Media

ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ “ମା ପାଇଁ ଦିନଟିଏ ” ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ର ଅଗ୍ରଣୀ ମହିଳା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ” ମା ପାଇଁ ଦିନଟିଏ” ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭାଗୃହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆକାଂକ୍ଷା ମହିଳା ସଙ୍ଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଚାର୍ଯ୍ୟ ଶ୍ରୀ ବିନୋଦ ଚନ୍ଦ୍ର ଜେନା, ସମ୍ମାନିତ ଅତିଥି ଭାବେ ଆଇନଜୀବୀ ଶ୍ରୀମତୀ ଇତିଶ୍ରୀ ମହାପାତ୍ର ଓ ସଙ୍ଗଠନର ସମ୍ପାଦିକା ଶ୍ରୀମତୀ ମୀନା କୁମାରୀ ଟହଲ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ କୁମୁଦିନୀ ଭୁକ୍ତା,ଶିଶୁମନ୍ଦିର ପ୍ରଧାନ ଆଚାର୍ଯ୍ଯ ଶ୍ରୀ ସରୋଜ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ମାତୃ ଦିବସର ତାତ୍ପର୍ଯ୍ୟ ଓ ମହତ୍ତ୍ୱ ବିଷୟରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମାତୃମଣ୍ଡଳୀ,ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ଡାକ୍ତର ମୁର୍ମୁ, କବି ଗୌରହରି କରସୁଧା ପଟନାୟକ ତଥା ଉପସ୍ଥିତ ସଦସ୍ଯ ବୃନ୍ଦ କବିତା ପାଠ କରିବା ସହ ମା ପାଇଁ ଦିନଟିଏ ବିଷୟରେ ନିଜ ନିଜର ମତାମତ ପ୍ରଦାନ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ରାଜେନ୍ଦ୍ର କୁମାର ରଥ ପରିଚାଳନା କରିଥିବା ବେଳେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଶଶୀଭୂଷଣ ପଟ୍ଟନାୟକ ସମସ୍ତ ଅତିଥି ବୃନ୍ଦ, ମାତୃମଣ୍ଡଳୀ, ଉପସ୍ଥିତ ବୁଦ୍ଧିଜୀବୀ ଓ ଗଣମାଧ୍ୟମକୁ ଧନ୍ୟବାଦ ଅର୍ପଣ କରିଥିଲେ।

Exit mobile version