Site icon Awaj Media

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

Spread the love

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାକୁ ନେଇ ଏକ ବୃହତ ସଚେତନତା ସଭା ସ୍ଥାନୀୟ ଟାଉନ ହଲ ପରିସର ରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବ୍ୟକ୍ତି ବିଶେଷ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ବନବାସୀ ସେବା ସମିତିର ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳ ର ସାଧାରଣ ଜନତା ସାମିଲ ହୋଇଥିଲେ। ଏହି ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଯୋଗଦେଇ “ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ” (SIR) ର ଆଭିମୁଖ୍ୟ ଏବଂ ଏହାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଏକ ସୁଦୃଢ଼ ଗଣତନ୍ତ୍ର ଗଠନ ପାଇଁ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ନାମ ଭୋଟର ତାଲିକାରେ ରହିବା ଅତ୍ୟନ୍ତ ଜରୁରୀ। ନାଗରିକ ମାନଙ୍କ କଲ୍ୟାଣ ତଥା ସେମାନଙ୍କ ଗଣତାନ୍ତ୍ରିକ ଅଧିକାରକୁ ସୁରକ୍ଷିତ କରିବା ପାଇଁ ସରକାର ଏହି ଅଭିଯାନକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରୁଛନ୍ତି l

Exit mobile version