Site icon Awaj Media

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ବିଜୁ କଲ୍ୟାଣ ମଣ୍ଡପ ଠାରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ବ ହୋଇଯାଇଛି। ଏହି ଯୋଜନାରେ ହିତାଧୀକାରୀଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଣ୍ଡପିଛା ପ୍ରତିମାସରେ ୫ କିଲୋ ଚାଉଳ ପାଉଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆହୁରି ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପ୍ରଦାନ କରାଯିବ। ସେହିପରି ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ଅପ୍ରେଲ ୨୦୨୬ରୁ ମୁଣ୍ଡପିଛା ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା ଦିଆଯିବା। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ଜିଲ୍ଲାପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା, ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଲ ,ବ୍ରହ୍ମପୁର ସାଂସଦ ପ୍ରତିନିଧି ଶ୍ରୀ ଡି.ରାଜେଶ, ଗୁମ୍ମା ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ରେଣୁକା ପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ। ପରେ ପରେ ଜିଲ୍ଲାର ହିତାଧିକାରୀଙ୍କୁ ମୁଖ୍ଯମନ୍ତ୍ରୀ ଅନ୍ନପୂର୍ଣ୍ଣା କାର୍ଡ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ସୁହାନ ଭୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ,ସ୍ଥାନୀୟ ଜନପ୍ରତିନିଧି, ହିତାଧୀକାରୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ପରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା।

Exit mobile version