Site icon Awaj Media

ନୟାଗଡରେ ଜିଲ୍ଲା ସ୍ତରୀୟ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ଼ ସହର ପଠାଣି ସାମନ୍ତ ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମଧୁମିତା ରଥ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ସମବାୟ, ବୟନ ଓ ହସ୍ତଶିଳ୍ପ ବିଭାଗ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତରାୟ, ସମ୍ମାନିତ ଅତିଥି ରୂପେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ମାନ୍ୟବର ବିଧାୟକ ତଥା ଜିଲ୍ଳା ଯୋଜନା ବୋର୍ଡର ଅଧ୍ୟକ୍ଷ ଇଂ. ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗଦାନ କରିଥିଲେ । ଏହି ଅବସରରେ ବିଭିନ୍ନ ହିତାଧିକାରୀ ମାନଙ୍କୁ ସ୍ମାର୍ଟଫୋନ, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅନ୍ତର୍ଗତ କାର୍ଡ ବଣ୍ଟନ ଓ ଚରଖ ବଣ୍ଟନ କରାଯାଇଥିଲା । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Exit mobile version