ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସର ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପି ଡି ଦୟାମୟ ପାଢ଼ୀ ଓ ସଂସ୍କୃତି ଅଧିକାରୀ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭ ଆରମ୍ଭ ହୋଇଥିଲା । ପରେ ବିଭିନ୍ନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇ ମାନପତ୍ର ପ୍ରଦାନ କରାଯାଇଥିଲା ! ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ର ଷ୍ଟଲ ଖୋଲାଯାଇଛି । ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ସଚେତନ କରାଯାଇଛି । ସରକାରୀ ଯୋଜନା ରେ କିପରି ଅନ୍ତର୍ଭୁକ୍ତ ହେବେ ସେ ନେଇ ବିଭିନ୍ନ ବିଭାଗର ଅଧିକାରୀ କର୍ମଚାରି ଉପସ୍ଥିତ ରହି ଲୋକଙ୍କୁ ସଚେତନ କରାଉଛନ୍ତି । ଲୋକେ ଉପସ୍ଥିତ ରହି ସରକାର ଙ୍କ ଯୋଜନା ଉପରେ ପଚାରି ବୁଝୁଛନ୍ତି ।
ବିକାଶର ଧାରା – ଓଡିଶା ସାରା : ଦ୍ବିତୀୟ ଦିନରେ ସାଂସ୍କୃତିକ କାର୍ଯ୍ୟକ୍ରମ !!!

