Site icon Awaj Media

ସ୍ୱତନ୍ତ୍ର ସଘନ ସଂଶୋଧନ ସଚେତନତା ପଦଯାତ୍ରା !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ଜିଲ୍ଲା ପ୍ରଶାସନ ନୟାଗଡଙ୍କ ପକ୍ଷରୁ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬ ଉପରେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ପଦଯାତ୍ରାଟି ନୟାଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରୁ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ପତାକା ଦେଖାଇ ଏହି ପଦଯାତ୍ରାକୁ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟାନନ୍ଦ ନାୟକ, ଉପ-ଜିଲ୍ଲାପାଳ ଶ୍ରୀ କର୍ଣ୍ଣଦେବ ସମାଦ୍ଦାର,ପୌର ପରିଷଦ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟ,ଡେପୁଟି କଲେକ୍ଟର (ନିର୍ବାଚନ) ଶିବାନୀ ରାଉତ, ଡେପୁଟୀ କଲେକ୍ଟର ଶ୍ରୀ ସନ୍ତୋଷ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁ, ସହକାରୀ କଲେକ୍ଟର ଶ୍ରୀ ଅକ୍ଷୟ କୁମାର ବେହେରା, ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ ।

Exit mobile version