Site icon Awaj Media

ଗଜପତିରେ ଜିଲ୍ଲା ସ୍ତରୀୟ ଜନ ସମ୍ମିଳନୀ ସହ ଭି ବି ଜୀ ରାମ ଜୀ କାର୍ଯ୍ୟକ୍ରମର ଶୁଭାରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆତ୍ମ ନିର୍ଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଜନ ସମ୍ମିଳନୀ ସହ ଭି ବି ଜୀ ରାମ ଜୀ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ଜିଲ୍ଲା ଜି ତିରୁପତି ରାଓ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଏମ୍ ପି ପ୍ରତିନିଧି, ଉପ ଜିଲ୍ଲାପାଳ ଅନୁପ ପଣ୍ଡା,ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାମଦେବ ବଡ଼ନାୟକ,ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୃଥ୍ଵୀରାଜ ମଣ୍ଡଳ ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ଥିଲା।ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ବନ୍ଦେ ମତାରମ ଓ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା।ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ ସମସ୍ତ ଙ୍କୁ ସ୍ୱାଗତ କରିବା ସହିତ ଏହି ଯୋଜନା ଉପରେ ବିସ୍ତୃତ ଆଲୋଚନା କରିଥିଲେ ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ଭି ବୀ ଜୀ ରାମ ଜୀ ଯୋଜନା। ତିରୁପତିରୁ ଏହାର ସିଧା ପ୍ରସାରଣ ହୋଇ ଥିଲା।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜନ ପ୍ରତିନିଧି, ସହକାରୀ ନିର୍ବାହୀ ଯନ୍ତ୍ରୀ, ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।ଜିଲ୍ଲା ପରିଷଦର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

Exit mobile version