ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଂସ୍କୃତି ପରିଷଦ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ବନକ୍ଷତ୍ର ଦିବସ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜଙ୍କ ପୌରହିତ୍ୟରେ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଆସିଥିବା ବରିଷ୍ଠ ଓ କନିଷ୍ଠ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାହିତ୍ୟ ସମ୍ପର୍କିତ ବକ୍ତୃତା, କବିତା ଆବୃତ୍ତି, ପ୍ରବନ୍ଧ ଲିଖନ, ସାଧାରଣ ଜ୍ଞାନ ଏବଂ ଇଂରାଜୀରୁ ଓଡ଼ିଆ ଅନୁବାଦ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର,ଆଚାର୍ଯ୍ୟ ଶ୍ରୀ ବିନୋଦ ଚନ୍ଦ୍ର ଜେନା, ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା, ଶ୍ରୀ ହୃଷୀକେଶ ଗୌଡ଼, ଶ୍ରୀମତୀ ଆଶାଲତା ପାଣୀଗ୍ରାହୀ, ଡ଼ଃ କଲ୍ୟାଣୀ ମିଶ୍ର, ଡ଼ଃ ଚାରୁପ୍ରଭା ନାୟକ, ଶ୍ରୀ ଶଶୀଭୂଷଣ ପଟ୍ଟନାୟକ, ଶ୍ରୀ ହରପ୍ରସାଦ ସୁଆର,ଶ୍ରୀ ପ୍ରମୋଦ ଚନ୍ଦ୍ର ପାଢ଼ୀ,ସୁଶ୍ରୀ ଶ୍ୱେତା ପଟ୍ଟନାୟକ ଓ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ଏହି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀମାନେ ଭୁବନେଶ୍ୱରରେ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି।କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ କୃତୀ ଛାତ୍ରଛାତ୍ରୀ,ବିଚାରକ ମଣ୍ଡଳୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Leave a Reply

Your email address will not be published. Required fields are marked *