Site icon Awaj Media

ଗଜପତି ଜିଲ୍ଲାରେ ‘TEJAS’ ଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ‘TEJAS’ ଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ! ଭାରତ ସରକାରଙ୍କ ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ , ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ‘TEJAS’ ଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ ଆଜି ସେଞ୍ଚୁରୀୟନ୍ ବିଶ୍ୱବିଦ୍ୟାଳୟ ଅଡିଟୋରିୟମ୍‌ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଏକ ଦିବସୀୟ କର୍ମଶାଳାରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ବିଶିଷ୍ଟ ଅତିଥି ଭାବରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ, ପାରଳା ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍. ବୀରରାଜୁ, ସେଞ୍ଚୁରିଅନ୍ ୟୁନିଭର୍ସିଟିର ଅଧ୍ୟକ୍ଷ ଡି.ଏନ୍. ରାଓ, ଭାଇସ୍‌ ଚେୟାରମ୍ୟାନ୍‌ ମୁକ୍ତିକାନ୍ତ ମିଶ୍ର ଏବଂ ପ୍ରଫେସର ଦୁର୍ଗା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ । ଗଜପତି ସମେତ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଯୁବକ-ଯୁବତୀ, ଶିକ୍ଷାବିତ୍, ସଫଳ ଉଦ୍ୟୋଗୀ, ଷ୍ଟାର୍ଟଅପ୍ ପ୍ରତିନିଧି, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଯୋଗଦେଇ ଉଦ୍ୟୋଗୀତାର ବିକାଶ, ନବପ୍ରବର୍ତ୍ତନ, ଷ୍ଟାର୍ଟଅପ୍ ପରିବେଶକୁ ସୁଦୃଢ଼ କରିବା ଏବଂ ଯୁବପିଢ଼ିଙ୍କୁ ସ୍ୱାବଲମ୍ବୀ ଓ ରୋଜଗାର ସୃଷ୍ଟିକାରୀ ଭାବେ ଗଢ଼ି ତୋଳିବା ଦିଗରେ ଆଲୋଚନା କରିଥିଲେ।

Exit mobile version